ରାଜ୍ୟରେ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୧୯୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ବରଗଡ଼ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor