ଦିନ ୪ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ପୁରୀ: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏଥିପାଇଁ ଦିନ ୪ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଦ୍ବିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ। ଶ୍ରୀବିଗ୍ରହଙ୍କ ଏହା ଏକ ଗୁପ୍ତ ନୀତି। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ବତନ୍ତ୍ର ସେବା ଅନୁଷ୍ଠିତ ହୋଇଥାଏ । ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ ।
Powered by Froala Editor