ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଦକ୍ଷିଣ-ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଆଗାମୀ ୪୮ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଡିସେମ୍ବର ୨ରୁ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୩ତାରିଖ ବେଳକୁ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ତାରିଖ ବେଳକୁ ଏହି ଲଘୁଚାପ କ୍ଷେତ୍ର ଉପକୂଳ ମୁହାଁ ହେବ ।
ଯାହା ଫଳରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨ତାରିଖ ବେଳକୁ ସମୁଦ୍ର ଅଶାନ୍ତ ରହିବାକୁ ଥିବା ବେଳେ ମସôଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନାହିଁ । ତେବେ ଏହା ସାଇକ୍ଲୋନିକ ଡିସ୍ଟରଭାନ୍ସରେ ପରିଣତ ହେବାର ବହୁତ ସମ୍ଭାବନା ରହିଥିବା ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
Powered by Froala Editor