ଆଜି ଦେଶରେ ୧୯୦ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ: ଆଜି ଦେଶରେ ୬ହଜାର ୯୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୧୯୦ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେହିପରି ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୧୦ହଜାର ୧୧୬ଜଣ । ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି । ଆକ୍ଟିଭ୍ କେସ ରହିଛି ୧ଲକ୍ଷ ୫୪୩ । ୫୪୪ ଦିନ ପରେ ଏହା ସର୍ବନିମ୍ନ ରହିଛି । ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୬୮ହଜାର ୯୮୦ ଛୁଇଁଥିବାବେଳେ ମୃତୁ୍ୟହାର ୧.୩୬ ପ୍ରତିଶତ ରହିଛି ।
ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩କୋଟି ୩୯ଲକ୍ଷ ୯୮ହଜାର ୨୭୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୫ଲକ୍ଷରୁ ଅଧିକ ରହିଛି ।
Powered by Froala Editor