Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

Home ›› ››ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ ଶେଷ

ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ ଶେଷ

2021-11-30 06:26:27
15086
Share:
Facebook
Twitter
E-Mail
WhatsApp
Telegram
ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ ଶେଷ

ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା  ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଆଜି ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି । ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି ।

 

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ବପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ବ ଏବଂ  ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ ।  ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ବପ୍ନ ହିଁ ଆଗକୁ ବାଟ ଦେଖାଇଥାଏ । ବଡ ବଡ ସ୍ବପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା ।  

    ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

 

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

ମୁଖ୍ୟମନ୍ତ୍ରୀ କହିଲେ,  ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । 

 

       ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

 

      ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା ଓ ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ କହିଥିଲେ। କୋରାପୁଟର ତପସ୍ବିନୀ ମହାପାତ୍ର, ଗଜପତିରି ମର୍ଣ୍ଣିକା ରାଇତା, ଢେଙ୍କାନାଳର ଶୁଭସ୍ମିତା ସାହୁ, ଅନୁଗୁଳର ଶ୍ରେୟାଂସା ପ୍ରଧାନ, ବରଗଡର ସ୍ମୃତିରେଖା ସାହୁ ଓ ଯାଜପୁରର ରଶ୍ମିରେଖା ମିଶ୍ର  ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ    ସ୍କୁଲ ରୂପାନ୍ତରଣ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛି ଏବଂ ସରକାରୀ ସ୍କୁଲରେ ପାଠ ପଢିବାର ଗୌରବ ଆଜି ଆମେ ଅନୁଭବ କରୁଛୁ ।     ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।   

 

କାର୍ଯ୍ୟକ୍ରମରେ  ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଓ ସାଂସଦ ଶ୍ରୀ ମହେଶ ସହୁ ପ୍ରମୁଖ ଉଦ୍‌ବୋଧନ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ ଏବଂ ଏହା ପିଲାମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ।   

 

         କାର୍ଯ୍ୟକ୍ରମ ସଂଞ୍ଚାଳନ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଥିବାରୁ ଏଥିସହ ସଶ୍ଲିଷ୍ଟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ୨୦୨୨ ମାର୍ଚ୍ଚ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟରେ ୩୩୦୦ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ କରିବା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବିଭିନ୍ନ ସ୍କୁଲର ବିକାଶ ସହ ସଶ୍ଲିଷ୍ଟ ଥିବା ୯୦୦୦ ବ୍ୟକ୍ତି ବିଶେଷଙ୍କ ସହିତ ୭୦୦୦ ମିନିଟ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଆଲୋଚନା କରି ଯୋଜନାକୁ ଚୂଡାନ୍ତ ରୂପ ଦେଇଥିଲେ ।

 

ସ୍କୁଲର ପୁରାତନ ଛାତ୍ର ଭାବରେ ଯାଜପାରରେ ବିରଜା ହାଇସ୍କୁଲରେ ଉପସ୍ଥିତ ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଏକ ଐତିହାସିକ ଉଦ୍ୟମ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାସ ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ  କାର୍ଯ୍ୟକୁ ସୁନ୍ଦର ଭାବରେ ଆଗେଇ ନେଇଥିବା ୫-ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ଏକ ସମୃଦ୍ଧ ଓଡିଶାର ସ୍ବପ୍ନକୁ ସାକାର କରିବ ବୋଲି ମତପୋଷଣ କରିଥିଲେ ।

 

ସରକାରୀ ସ୍କୁଲରେ ପାଠ ପଢି ଆଇଏଏସ ଓ ଆଇପିଏସ୍‌ ହୋଇଥିବା ଶକ୍ତି ବିଭାଗର ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରି ଧଳ ଏବଂ ଗୁଇନ୍ଦା ବିଭାଗର ଡିଆଇଜି ଶ୍ରୀ ଅନୂପ ସାହୁ ସେମାନଙ୍କ ସ୍କୁଲ ଜୀବନର ଅନୁଭୂତି ବଖାଣିବା ସହିତ ଦୃଢ ସଂକଳ୍ପ, ଉଚ୍ଚାକାଂକ୍ଷା ଓ କଠିନ ପରିଶ୍ରମ ଦ୍ବାରା ହିଁ ଜୀବନରେ ସଫଳତା ହାସଲ କରାଯାଇପାରେ ବୋଲି ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଉପରେ Task Force Recommendlationର knowledge paper ଉନ୍ମୋଚନ କରିଥିଲେ । ଏଥିରେ ରୂପାନ୍ତରିତ ସ୍କୁଲ ମାନଙ୍କର ରକ୍ଷଣାବେକ୍ଷଣ ଓ ପରିଚାଳନା ସଂପର୍କରେ ବିଶେଷ ନିର୍ଦ୍ଦେଶାବଳୀ ସନ୍ନିବେଶିତ ହୋଇଛି । 

 

ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତିଙ୍କ ସମେତ ବିଭିନ୍ନ ଜିଲ୍ଲାର ବିଧାୟକଗଣ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ । ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags School

Related articles Odisha News Lens 4.1

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13641
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14821
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14988
    Feb 14, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15694
    Feb 12, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13626
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13974
    Feb 13, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15163
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15100
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14821
    Feb 13, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13974
    Feb 13, 2026
  • ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    14988
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15100
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16044
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13981
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14680
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15694
    Feb 12, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15559
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    14988
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In