ଆଜି ରାଜ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନେ କମିଲେ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୪ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୩୫ ଜଣ ରହିଛିନ୍ତି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୧ ଜଣ, ବରଗଡ ଜିଲ୍ଲାରୁ ୧ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡାରୁ ୩ ଜଣ, କେନ୍ଦ୍ରାପଡାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡରୁ ୨ ଜଣ, ପୁରୀରୁ ୧୦ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୩୦୬ ଜଣ ସୁସ୍ଥ ହୋଇଥିବାବେଳେ ୨ ହଜାର ୩୩୮ ସକ୍ରିୟ ମାମଲା ରହିଛି ।
Powered by Froala Editor