ରାଜ୍ୟରେ ୨୩୭ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ଗ୍ରାଫ୍ । ୨୪ ଘଣ୍ଟାରେ ୨୩୭ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୯ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୯୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୩୪୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୫୦୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor