Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ସତର୍କ ରହିବା ସହିତ କଡାକଡି ଭାବରେ କୋଭିଡ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ଅନୁରୋଧ

ସତର୍କ ରହିବା ସହିତ କଡାକଡି ଭାବରେ କୋଭିଡ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ଅନୁରୋଧ

2021-12-01 16:50:30
14622
Share:
Facebook
Twitter
E-Mail
WhatsApp
Telegram
 ସତର୍କ ରହିବା ସହିତ କଡାକଡି ଭାବରେ କୋଭିଡ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ଅନୁରୋଧ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି । 


    ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି । ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।


    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି । ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ ।


    ଏହି ପରିପ୍ରେକ୍ଷୀରେ ଆମର କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ ।


    କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।


    ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।


    ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି ।


    ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି ।  ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।


    ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ  କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ ।


    ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Powered by Froala Editor

Tags Chief Minister Odisha , Naveen Patnaik , Covid review

Related articles Odisha News Lens 4.1

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15464
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13596
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15131
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15579
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15348
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14136
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15442
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13599
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14668
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15131
    Aug 22, 2026
  • ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15464
    Aug 22, 2026
  • ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13596
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17048
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17676
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17718
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18115
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15406
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16023
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13945
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14968
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14741
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15967
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14002
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14267
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15131
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15348
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13599
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In