ରାଜ୍ୟରେ ୨୫୨ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟାରେ ୨୫୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୪ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୫୯୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧୩ ଜଣ, କଟକରୁ ୧୯ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ,ସମ୍ବଲପୁରରୁ ୧୩ ଜଣ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ଲେଖାଁଏ, ବାଲେଶ୍ବର ଓ ବଲାଙ୍ଗୀର ଜିଲ୍ଲାରୁ ୫ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୪ ଜଣ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକରୁ ୨ ଜଣ, ବୌଦ୍ଧ,ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor