ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୫୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୫ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor