ରାଜ୍ୟରେ ୨୭୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର, : ରାଜ୍ୟରେ ୨୪ ଘଣ୍ଟାରେ ୨୭୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୮୬୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୪ ଜଣ, ଢ଼େଙ୍କାନାଳରୁ ୨୦ ଜଣ, କଟକରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଯାଜପୁର ଓ ମୟୂରଭଞ୍ଜରୁ ୧୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀରରୁ ୩ ଜଣ, ଅନୁଗୁଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ,ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୋଲ୍ରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor