ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୮ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor