ରାଜ୍ୟରେ ୧୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ୨୪ ଘଣ୍ଟାରେ ୧୯୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୩ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୭୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦୦୬୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୮୮ ଜଣ,ଯାଜପୁରରୁ ୧୪ ଜଣ, କଟକରୁ ୧୨ ଜଣ, ମୟୂରଭଞ୍ଜରୁ ୧୧ ଜଣ, ସମ୍ବଲପୁରରୁ ୭ ଜଣ,ଗଞ୍ଜାମରୁ ୬ ଜଣ, ଭଦ୍ରକ, ଝାରସୁଗୁଡ଼ା,କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଢ଼େଙ୍କାନାଳ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୋଲ୍ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୦୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୨୦୪ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor