ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରୁଛି ବାତ୍ୟା

ଭୁବନେଶ୍ୱର: ସମୁଦ୍ରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ସାମୁଦ୍ରିକ ଝଡ଼ ‘ଜୱାଦ’ । କେନ୍ଦ୍ରୀୟପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରୁଛି ବାତ୍ୟା । ଏବେ ବାତ୍ୟା ‘ଜୱାଦ’ ବିଶାଖାପାଟ୍ଟଣମ ଠାରୁ ଦକ୍ଷିଣପୂର୍ବରେ ୨୫୦ କିଲୋମିଟର ଦୂରରେ ରହିଛି । ଗୋପାଳପୁର ଠାରୁ ଦକ୍ଷିଣରେ ୩୬୦ କିଲୋମିଟର, ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୪୩୦ କିଲୋମିଟର ଓ ପାରାଦୀପ ଠାରୁ ସମାନ ଦିଗରେ ୫୧୦ କିଲୋମିଟର ଦୂରରେ ରହିଛି ବାତ୍ୟା ‘ଜୱାଦ’ ।
ଏହା କେନ୍ଦ୍ରୀୟପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ପୂର୍ବାହ୍ନରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ପହଞ୍ଚିବ । ତା’ପରେ ରିକର୍ଭ କରି ଉତ୍ତର-ଉତ୍ତରପୂର୍ବ ଆଡ଼କୁ ଗତି କରି ୫ ତାରିଖ ଅର୍ଥାତ୍ ରବିବାର ମଧ୍ୟାହ୍ନରେ ପୁରୀ ଉପକୂଳ ପହଞ୍ଚି ବାତ୍ୟା ଧିରେ ଧିରେ ଦୁର୍ବଳ ହେବ । ଏହା କ୍ରମଶଃ ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଉପକୂଳକୁ ଯାଇ ଦୁର୍ବଳ ହୋଇଯିବ ।
Powered by Froala Editor