ଫାଣ୍ଡିରେ ଆତ୍ମହତ୍ୟା କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ଫାଣ୍ଡିରେ ଅଘଟଣ । ନିଜ ସର୍ଭିସ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ଯବାନ । ଗୁରୁତର ଅବସ୍ଥାରେ ମାଲକାନଗିରି ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି ପରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।
ଯବାନ ଜଣଙ୍କ ମାଲକାନଗିରି ଜିଲ୍ଲା କାଲିମେଳା ଥାନା ପୋଟେରୁ ଥାନାରେ ମୁତୟନ 4th SSBN ବାଟାଲିୟନର ଯବାନ ଦୁର୍ୟ୍ୟୋଧନ ମାଝୀ । ମୃତ ଯବାନ ହେଲେ ଦୁର୍ୟ୍ୟୋଧନ ମାଝୀ । ତେବେ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ମାଲକାନଗିରି ଏସପି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
Powered by Froala Editor