ରାଜ୍ୟରେ ୧୮୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ୨୪ ଘଣ୍ଟାରେ ୧୮୯ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୭୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦୨୪୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩ ଜଣ, ଯାଜପୁରରୁ ୧୪ ଜଣ, ମୟୂରଭଞ୍ଜରୁ ୧୩ ଜଣ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଲେଖାଁଏ କଟକରୁ ୯ ଜଣ, ବାଲେଶ୍ବର, ଢ଼େଙ୍କାନାଳ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ, ଦେବଗଡ଼, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବରଗଡ଼, ଭଦ୍ରକ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୪୬୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor