ରାଜ୍ୟରେ ୧୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨୪ ଘଣ୍ଟାରେ ୧୦୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୯ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୦୩୫୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୮ ଜଣ, ମୟୂରଭଞ୍ଜରୁ ୧୦ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୫ ଜଣ ଲେଖାଁଏ, କଟକ,ଗଞ୍ଜାମ ଓ କେନ୍ଦ୍ରପଡ଼ା ଜିଲ୍ଲାରୁ୪ ଜଣ ଲେଖାଁଏ, ଅନୁଗୁଳରୁ ୩ ଜଣ, ବରଗଡ଼, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଳାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor