ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ବୃଦ୍ଧା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor