ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor