ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୮ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ଖୋର୍ଦ୍ଧା ଜିଲ୍ଳାରୁ ଭୁବନେଶ୍ବର ମହାନଗର ଅଞ୍ଚଳରୁ ୭୦ ବର୍ଷୀୟ ବୃଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଳାରୁ ୮୬ ବର୍ଷୀୟ ବୃଦ୍ଧ ରହିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor