ଆଜି ରାଜ୍ୟରେ ୨୮୬ କରୋନା ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୬୮ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୧୮ ରହିଛି । ସେମାନଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୦ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୩, କଟକରୁ ୧୭, ଢେଙ୍କାନାଳରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୪୭, ମୟୂରଭଞ୍ଜରୁ ୨୧, ନୟାଗଡରୁ ୧, ପୁରୀରୁ ୮, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୧୫ ଓ ରାଜ୍ୟପୁଲରୁ ୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୦ହଜାର ୬୨୦କୁ ବୃଦ୍ଧି ପାଇଛି ।
Powered by Froala Editor