ଆଜି ରାଜ୍ୟରେ କରୋନା ନେଲା ୩ ମୁଣ୍ଡ
ଭୁବନେଶ୍ୱର: ରାଜ୍ୟରେ ଦିନେ କମିଲେ ଦିନେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଓ ବରଗଡ ଜିଲ୍ଲାରୁ ଜଣେ ଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୪୩୧କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଦେଶରେ କରୋନାଜନିତ ସକ୍ରିୟ ମାମଲା ରହିଛି ୨ହଜାର ୧୩୭ ଓ ଆଜି କରୋନାରୁ ୨୧୭ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୪୦ହଜାର ୬୨୦ ରହିଛି ।
Powered by Froala Editor