ଆଜି ରାଜ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦ ତଳେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୨ଜଣ ଓ ୭୧ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୨୧ଜଣ ପିଲା ରହିଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ଜଣ, ବାଲେଶ୍ୱରରୁ ୩, ବରଗଡରୁ ୩, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୪ଜଣ, ଦେବଗଡରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୭, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୯, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୫, ସୋନପୁରରୁ ୧, ସୁନ୍ଦରଗଡରୁ ୭ ଓ ରାଜ୍ୟପୁଲରୁ ୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୪୧୪କୁ ବୃଦ୍ଧି ପାଇଛି ।
Powered by Froala Editor