ଆଜି ରାଜ୍ୟରେ ୧୬୦ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ କିଛି ଦିନ ହେବେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦ ତଳେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୪ଜଣ ଓ ୬୬ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୨୦ଜଣ ପିଲା ରହିଛନ୍ତି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ସେହିପରି ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୨୧ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ ରେ ପହଞ୍ଚିଛି ।
Powered by Froala Editor