Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

ରାଜ୍ୟ
Home ›› ରାଜ୍ୟ ››ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2021-12-12 16:49:42
15734
Share:
Facebook
Twitter
E-Mail
WhatsApp
Telegram
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ  ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର  ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। 


 ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ  ପଟ୍ଟନାୟକ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ । ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ଉଦ୍ ବୋଧନ  ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାର ଙ୍କ ପ୍ରତିବଦ୍ଧତା । ଏବଂ ଏ ଦିଗରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ smart health card  ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି  ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।


 ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ  ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।


 ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।


    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ।


    


    ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ ।


    ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ଗଞ୍ଜାମ ରେ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।


    ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ ଜଙ୍ଗଲ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି  ତାର ଉଦାହରଣ ଦେଇଥିଲେ।  

 ଏମ୍ ପି ଚନ୍ଦ୍ରଶେଖର ସାହୁ ,ଏମ୍ ପି ଶ୍ରୀମତୀ ପ୍ରମିଳା ବିଶୋଇ , ବିଧାୟକ ଶ୍ରୀ ବିକ୍ରମ ପଣ୍ଡା   ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ । ବିଧାୟକ ଶ୍ରୀ ଶ୍ରୀ କାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

 

    କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ ।


ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାରାତାରିଣୀ ମନ୍ଦିର ଯାଇ ମାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ ।ପରେ ସେଠାରେ ମନ୍ଦିର ବିକାଶ କାମର ସମୀକ୍ଷା କରି ୨୦୨୩ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବ ବୋଲି ଘୋଷଣା କରିଥିଲେ ।

ତାରାତରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ହିଞିଳି ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ।


ଗଞ୍ଜାମ ରେ ମିଶନ ଶକ୍ତି ମା ମାନଙ୍କ କାମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ବିଭିନ୍ନ ମିଶନ ଶକ୍ତି ଗୋଷ୍ଠୀ ଙ୍କୁ ଶହେ କୋଟି ଟଙ୍କାର ଋଣ ବଣ୍ଟନ କରିଥିଲେ ।


5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରିତ ବୃନ୍ଦାବନ ବିଦ୍ୟାପୀଠର smart class room ଓ  e library ମୁଖ୍ୟମନ୍ତ୍ରୀ ବୁଲି ଦେଖି ଥିଲେ ଓ ଛାତ୍ରଛାତ୍ରୀ ଙ୍କୁ ମଧ୍ୟ ଭେଟି ସେମାନଙ୍କ ସହ କିଛି ସମୟ ବିତାଇ ଥିଲେ । 


ହିଞିଳିରୁ ମୁଖ୍ୟମନ୍ତ୍ରୀ ପତାକା  ଦେଖାଇ ଗଞ୍ଜାମ ଦର୍ଶନ ବସ୍ ର ଶୁଭ ଯାତ୍ରା ଆରମ୍ଭ କରିଥିଲେ ।


ମୁଖ୍ୟମନ୍ତ୍ରୀ ଙ୍କ ସହିତ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ଗଞ୍ଜାମ ଯାଇ ଥିଲେ ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14927
    Jun 11, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14853
    Jun 11, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15288
    Jun 11, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14116
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13305
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14211
    Jun 12, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13963
    Jun 11, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14177
    Jun 12, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13603
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15288
    Jun 11, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14211
    Jun 12, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13305
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16922
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17541
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17589
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17981
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13533
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15413
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14203
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14096
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    15027
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15464
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15209
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15693
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14036
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13791
    Jun 12, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15288
    Jun 11, 2026
  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14853
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In