ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ବେଗୁନିଆ ମିନି ଷ୍ଟାଡିୟମ
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବେଗୁନିଆ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ବେଗୁନିଆ ମିନି ଷ୍ଟାଡିୟମ । ଷ୍ଟାଡିୟମରେ ପ୍ରସ୍ତୁତି ଶେଷ ହେବା ସହ ମୁଖ୍ୟମନ୍ତ୍ରୀଙ୍କ ସଭା ମଞ୍ଚରେ ମାତ୍ର ୩୦୦ ହିତାଧିକାରୀଙ୍କୁ ବସିବା ପାଇଁ ଅନୁମତି ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଆଜି ୫୭ନଂ ଜାତୀୟ ରାଜପଥରେ ହଜାର ହଜାର ସଂଖ୍ୟାରେ ମହିଳା ଓ ବିଜେଡି କର୍ମୀ ଭିଡ଼ ଜମାଇଛନ୍ତି । ସେପଟେ କିଛି ଦିନ ତଳେ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିବା ପ୍ରଦୀପ ସାହୁଙ୍କ ନେତୃତ୍ୱରେ ଏକ ବିଶାଳ ମୋଟର ସାଇକେଲ ରାଲି କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ବେଗୁନିଆ ମାଟିରେ ସ୍ୱାଗତ କରିବା ପାଇଁ ଅପେକ୍ଷା କରାଯାଇଛି । ।
Powered by Froala Editor