ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ହୋଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor