ଆଜି ଦେଶରେ ୫ହଜାର ୭୮୪ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପର ତଳ ହେଉଛି କରୋନା ସଂକ୍ରମଣ । ଦିନେ କମିଲେ ଦିନେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ଦେଶରେ ୫ହଜାର ୭୮୪କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସାପ୍ତାହିକ ପଜିଟିଭ୍ ହାର ୦.୭୧ ପ୍ରତିଶତରୁ କମ୍ ରହିଛି । ଦୈନିକ ପଜିଟିଭ୍ ହାର ୦.୬୪ ପ୍ରତିଶତ ରହିଛି । ଅନ୍ୟପକ୍ଷରେ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୮୮ହଜାର ୯୯୩ ରହିଛି । ସକ୍ରିୟ ମାମଲା ୦.୨୬ ପ୍ରତିଶତରେ ପହଞ୍ଚିଛି ।
ଏହାରିଭିତରେ ବର୍ତ୍ତମାନ ସୁଦ୍ଧା ୧୩୩କୋଟି ୮୮ଲକ୍ଷ ୧୨ହଜାର ୫୭୭ ଜଣଙ୍କୁ ଟିକାଦାନ ସରିଛି । ସେହିପରି ଆଜି ୭ହଜାର ୯୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୭ ପ୍ରତିଶତ ରହିଛି । ବଢୁଥିବା କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଉଛି ।
Powered by Froala Editor