ରାଜ୍ୟରେ କରୋନା ନେଲା ୯ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ପୁଣି ୯ ଜଣଙ୍କ ଜୀବନ ନେଇଛି । ଫଳରେ କରୋନା ଜନିତ ମୃତୁ୍ୟସଂଖ୍ୟା ୧୯୯୭ରେ ପହଁଚିଛି । ଅପରପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୨୭ ଜଣ କ୍ୱାରେଂଟାଇନରେ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୨୭୭୨ ସଂକ୍ରମିତ ହୋଇଛନ୍ତି ।
ଗତ ୨୪ ଘଂଟା ମଧ୍ୟରେ ଭଦ୍ରକରେ ଜଣଙ୍କର ମୃତୁ୍ୟ ହୋଇଥିବାବେଳେ କଟକରେ ଜଣଙ୍କର ମୃତୁ୍ୟ ଘଟିଛି । ସେହିପରି ଗଞ୍ଜାମରେ ୧, କେନ୍ଦୁଝରରେ ୨, ଖୋର୍ଦ୍ଧାରେ ୩ ଓ ସୁନ୍ଦରଗଡ଼ରେ ଜଣଙ୍କର ମୃତୁ୍ୟ ହୋଇଛି ।
Powered by Froala Editor