ଆଜି ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀଜୀଉଙ୍କ ଶ୍ରୀମୁଖ ସିଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜି ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତି ମାସରେ ମହାପ୍ରଭୁଙ୍କ ଶ୍ରୀମୁଖ ସିଙ୍ଗାର ନୀତି ଅନୁଷ୍ଠିତ ହୁଏ । ବୁଧବାର ମାର୍ଗଶୀର ଦ୍ୱାଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ସମ୍ପାଦିତ ହେବ । ବନକପେଡ଼ି ଧରି ଦତ୍ତ ସେବକମାନେ ପ୍ରବେଶ କରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ବଢ଼ିବ ।
Powered by Froala Editor