ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୪୦କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ମହିଳା ରହିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୩୧୮ରେ ପହଞ୍ଚିଛି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୮୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ୨୪୬୪୮୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
Powered by Froala Editor