Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ରାଜ୍ୟ
Home ›› ରାଜ୍ୟ ››ସ୍ବାସ୍ଥ୍ୟସେବା ଇତିହାସରେ ଓଡିଶା ପାଇଛି ସବୁଠାରୁ ବଡ ସଫଳତା

ସ୍ବାସ୍ଥ୍ୟସେବା ଇତିହାସରେ ଓଡିଶା ପାଇଛି ସବୁଠାରୁ ବଡ ସଫଳତା

2021-12-16 05:39:21
15016
Share:
Facebook
Twitter
E-Mail
WhatsApp
Telegram
ସ୍ବାସ୍ଥ୍ୟସେବା ଇତିହାସରେ ଓଡିଶା ପାଇଛି ସବୁଠାରୁ ବଡ ସଫଳତା


 

ଭୁବନେଶ୍ଵର : ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ  ହୋଇଛି ।ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି । 

 

     ଗତକାଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି  ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି।  କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି  ସୁବିଧା ପାଇବା ବେଳେ  ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ ।  

 

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ। 

 

      ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି ।

 

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

 

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି।  ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

 

         ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ  ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି।  ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।  ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। 

 

         ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି smart card  ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣା ଇଥିଲେ।

 

         ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ  ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ,    କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ,  ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ  ସରକାରୀ  ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ  ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14189
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14968
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14112
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14785
    Sep 13, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14135
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13361
    Sep 13, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14088
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13822
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15028
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14088
    Sep 11, 2026
  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14785
    Sep 13, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14189
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17091
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17765
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18163
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14164
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16086
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14622
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13931
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14737
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14194
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14074
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14698
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15036
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14968
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14135
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14088
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In