Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ : ଏକଥରକରେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ : ଏକଥରକରେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

2021-12-16 18:29:29
14897
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ : ଏକଥରକରେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ

ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ ।  ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟ – ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି।  ସାରା ରାଜ୍ୟର ସବୁ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ତଥା ପ୍ରଥମ ପର୍ଯ୍ୟାୟର ୫-ଟି ହାଇସ୍କୁଲ ଟ୍ରାନ୍‌ସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପରେ ରାଜ୍ୟ ସରକାର ଆଜି ଏକାଥରକେଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ ।

କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ orientation କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି  ଆମର ଭବିଷ୍ୟତ ପୀଢି  ତଥା ନୂଆ ଓଡିଶା ଗଠନ ପାଇଁ   ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ । 


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।


    ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।


    ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ନୂତନ ଶିକ୍ଷା ପରିବେଶରେ ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନକୁ ସାକାର ରୂପ ଦେବାପାଇଁ ସବୁପ୍ରକାର ସୁଯୋଗ ଦିଆଯାଇଛି ବୋଲି ମତଦେଇ ଶିକ୍ଷାଦାନ ପ୍ରତି ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା, ପିଲାମାନଙ୍କୁ ପ୍ରେରଣା ହିଁ ସେମାନଙ୍କୁ ସଫଳତାର ଶିଡି ଚଢିବାରେ ସକ୍ଷମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।


ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ  ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ଶ୍ରୀ  ସମୀର ଦାଶ  ପ୍ରମୁଖ ଯୋଗ ଦେଇ  ଶିକ୍ଷା ବ୍ଯବସ୍ଥା ରେ  ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ  ଦେଇ ଥିଲେ ।

 ସୂଚନାଯୋଗ୍ୟ ଯେ ମାତ୍ର 47 ଦିନ ମଧ୍ୟ ରେ 6131 ଶିକ୍ଷକ ନିଯୁକ୍ତି ଦିଆଯାଇଛି ।

ସେମାନଙ୍କ ମଧ୍ୟରେ 2236 ଜଣ arts teacher  1779 science 829 Hindi  796  Sanskrit PETଓ 3ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି ।

Powered by Froala Editor

Tags Chief Minister Odisha , Naveen Patnaik

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15853
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14575
    Sep 10, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13876
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14095
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13724
    Sep 10, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13565
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15550
    Sep 11, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13918
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13845
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13876
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13845
    Sep 11, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14575
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13918
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16006
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14594
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13903
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14710
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14024
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15033
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13876
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13565
    Sep 12, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13724
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In