ଆଜି ରାଜ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୯୭ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୨ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୯ଜଣ ଛୁଆ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୮୮ଜଣ, ବାଲେଶ୍ୱରରୁ ୨, ଭଦ୍ରକରୁ ୨, ବଲାଙ୍ଗୀରରୁ ୨, କଟକରୁ ୯, ଦେବଗଡରୁ ୫, ଗଜପତିରୁ ୩, ଗଞ୍ଜାମରୁ ୭, ଯାଜପୁରରୁ ୩, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୧, ମୟୂରଭଞ୍ଜରୁ ୩, ନୟାଗଡରୁ ୨, ପୁରୀରୁ ୨, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୯ ଓ ରାଜ୍ୟପୁଲରୁ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ କୋଟ କରୋନା ଆକ୍ରାନ୍ତଙ୍କ ସଂକ୍ୟା ୧୦ଲକ୍ଷ ୫୨ହଜାର ୬୪୧କୁ ବୃଦ୍ଧି ପାଇଛି ।
Powered by Froala Editor