ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଲକ୍ଷିତ ହେଉଛି । ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୪୪୨କୁ ବୃଦ୍ଧି ପାଇଛି ।
ମୃତକଙ୍କ ମୟୂରଭଞ୍ଜ ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ରାଜ୍ୟରେ କରେନାଜନିତ ସକ୍ରିୟ ମାମଲା ୧୯୨୨ ରହିଛି ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୯୭ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୨ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୯ଜଣ ଛୁଆ ରହିଛନ୍ତି ।
Powered by Froala Editor