କରାଚି ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ
ପାକିସ୍ତାନର କରାଚୀ ସହରରେ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ଅନୁନ୍ୟ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି।
ରିପୋର୍ଟରେ ଦର୍ଶାଯାଇଛି ଯେ, କରାଚିର ଶେରଶାହା ଅଞ୍ଚଳରେ ପାରାଚା ଚୌକ ନିକଟ ଏକ ଘରୋଇ ବ୍ୟାଙ୍କ ପାଖ ଏକ କୋଠାଘରେ ହଠାତ ବିସ୍ଫୋରଣ ହୋଇଥିଲା । କେହି କିଛି ବୁଝିବା ଆଗରୁ ପୁରା କୋଠାରେ ନିଆଁ ଲାଗିଯାଇଥିଲା । ନିଆଁରେ ପୋଡି ହୋଇ ୧୦ ଜଣ ଲୋକ ପ୍ରାଣ ହରାଇଥିବା ବେଳେ ଅନେକ ଲୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲ ପଠାଯାଇଛି । ଖବର ପାଇ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ସେପଟେ ବିସ୍ଫୋରଣ ପଛରେ କାହାର ହାତ ଅଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଏନେଇ କୌଣସି ସଂଗଠନ ନିଜକୁ ଦାୟୀ କରିନାହିଁ ।
ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ବିସ୍ଫୋରଣ ପରେ ଘଟଣାସ୍ଥଳରେ କିଛି ଲୋକ ଫସିଥିବା କୁହାଯାଉଛି।
Powered by Froala Editor