ରାଜ୍ୟରେ ୧୯୩ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟାରେ ୧୯୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୪ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨୮୩୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୦୭ ଜଣ, କଟକରୁ ୧୭ ଜଣ, ସମ୍ବଲପୁରରୁ ୮ ଜଣ, ଜଗତସିଂହପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, ଭଦ୍ରକ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଜପତି ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୪୪୩ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor