ରାଜ୍ୟରେ ୧୮୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ୨୪ ଘଣ୍ଟାରେ ୧୮୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୯ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୭୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୪ ଜଣ, କଟକରୁ ୧୮ ଜଣ, ସମ୍ବଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ, ଦେବଗଡ଼ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଜପତି,ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବରଗଡ଼, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୭୦୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor