ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଖୋର୍ଦ୍ଧା ଜିଲ୍ଲା ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୭୦୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor