ଘାଟିରେ ଓଲଟିଲା ବସ୍, ୭ ଆହତ
ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁକୁନ୍ଦପୁର ଘାଟିରେ ସଡ଼କ ଦୁର୍ଘଟଣା ଘଟିଛି। ଓଁ ସାଇ ନାମକ ଏକ ଘରୋଇ ବସ୍ ଓଲଟି ୭ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ରାୟଗଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବରପାଇ ମୁକୁନ୍ଦପୁର ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଆଣି ରାୟଗଡା ଜିଲ୍ଲା ମୂଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରିଛି। ଦୁର୍ଘଟଣା ପରେ ବସ ଡ୍ରାଇଭର ଫେରାର ହୋଇଯାଇଛି।
ଓମ୍ ସାଇ ନାମକ ବସ୍ଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୁଳ ଅଭିମୁଖେ ଯାଉଥିଲା । ତେବେ ଘାଟିରେ ଉଠିବାବେଳେ ଭାରସାମ୍ୟ ହରାଇ ବସ୍ଟି ଓଲଟି ପଡ଼ିଥିଲା । ଫଳରେ ବସ୍ରେ ଥିବା ପ୍ରାୟ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଡ୍ରାଇଭରର ବେପରୁଆ ଗାଡ଼ି ଚାଳନା ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ଯାତ୍ରୀମାନେ ଅଭିଯୋଗ କରିଥିବାବେଳେ, ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।
Powered by Froala Editor