ଦେଶରେ ୬,୩୧୭ କୋଭିଡ୍-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୧୮

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୬ ହଜାରରୁ କମ୍ ଥିବାବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୩୧୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୮ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୫୮,୪୮୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୭,୫୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୯୦୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩୪,୨୦୧,୯୬୬ ।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୮,୧୯୦। ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୨୧୩ରେ ପହଞ୍ଚିଛି।
Powered by Froala Editor