ରାଜ୍ୟରେ ୧୫୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୫୦୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ରହିଛନ୍ତି ।
୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୪ ଜଣ, ସମ୍ବଲପୁରରୁ ୧୦ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ୭ ଜଣ, ଗଞ୍ଜାମ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ସୁନ୍ଦରଗଡ଼ରୁ ୩ ଜଣ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବାଲେଶ୍ବର, ଢ଼େଙ୍କାନାଳ, କଳାହାଣ୍ଡି, ମୟୂରଭଞ୍ଜ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୨୧୯ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor