ରାଜ୍ୟରେ ୧୪୧ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୪୧କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୯ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୫୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୬୪୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୮ ଜଣ, କଟକରୁ ୧୨ ଜଣ,କେନ୍ଦ୍ରାପଡ଼ାରୁ ୧୦ ଜଣ, ଦେବଗଡ଼ ୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ଜଗତସିଂହପୁର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଢ଼େଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବଲାଙ୍ଗୀର, କେନ୍ଦୁଝର, ନୟାଗଡ଼ ଓ ପୁରୀ ଜିଲ୍ଲା ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୩୯୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor