ରାଜ୍ୟରେ ୧୨୪ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୨୪ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୭୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୧ ଜଣ, କଟକରୁ ୮ ଜଣ, ବରଗଡ଼ରୁ ୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, ଯାଜପୁରରୁ ୪ ଜଣ, ବାଲେଶ୍ବର, ଭଦ୍ରକ ଓ ଗଜପତି ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ, ଦେବଗଡ଼,ମୟୂରଭଞ୍ଜ, ନୂଆପଡ଼ା, ପୁରୀ,ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରପଡ଼ା ଓ ନୟାଗଡ଼ ଜିଲ୍ଳାରୁ ଜଣେ ଲେଖାଁଏ ଏବଂ ଷ୍ଟୋଟ୍ ପୁଲ୍ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୭୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୬୦୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor