ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍। ଗତ ୨୪ ଘଣ୍ଟାରେ ୧୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ଜଣକ ଖୋର୍ଦ୍ଧା ଜିଲ୍ଲାର ୪୬ ବୃଦ୍ଧ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୭୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୬୦୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor