Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

Home ›› ››ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ

ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ

2021-12-27 04:30:57
15673
Share:
Facebook
Twitter
E-Mail
WhatsApp
Telegram
ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି:ନବୀନ


ଭୁବନେଶ୍ୱର: ବିଜୁ ଜନତା ଦଳର ବସ୍ ହେଉଛନ୍ତି ଓଡ଼ିଶାବାସୀ, ଆମର ଦିଲ୍ଲୀରେ କେହି ବସ୍ ନାହାଁନ୍ତି । ଯାହା କରୁଛୁ ଓଡ଼ିଶାବାସୀଙ୍କ ପାଇଁ । ଓଡ଼ିଶାବାସୀଙ୍କ ଇଚ୍ଛାରେଟ୍ ଓଡ଼ିଶାର ହକ୍ ପାଇଁ । ବିଜୁ ଜନତା ଦଳର ରୌପ୍ୟ ଜୟନ୍ତୀରେ ରାଜ୍ୟବାସୀଙ୍କୁ ଏଭଳି ବାର୍ତ୍ତା ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆମେ କେବଳ ଓଡ଼ିଶାବାସୀଙ୍କ ପାଖରେ ଉତ୍ତରଦାୟୀ । ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜେଡି ଏକ ସାମାଜିକ ଆନ୍ଦୋଳନରେ ପରିଣତି ହୋଇଛି । ଏହି ସଫଳତା ପଛରେ ଅଛନ୍ତି ସମୃଦ୍ଧ ଓ ଶସକ୍ତ ଓଡ଼ିଶାର ସ୍ୱପ୍ନ ଦେଖିଥିବା ପ୍ରତ୍ୟେକ ଓଡ଼ିଶାବାସୀ । ସେମାନଙ୍କୁ ସାଥିରେ ଧରି ବିଜେଡି ଶହ ଶହ ବର୍ଷ ଧରି ଓଡ଼ିଶାବାସୀଙ୍କ ସେବା କରି ଚାଲିବ ।
ସେ ଆହୁରି କହିଛନ୍ତି, ୨୫ ବର୍ଷ ତଳେ ବିଜୁବାବୁଙ୍କ ଆଦର୍ଶରେ ଆରମ୍ଭ ହୋଇଥିବା ବିଜୁ ଜନତା ଦଳ ଆଜି ଏକ ସାମାଜିକ ଆନ୍ଦୋଳନରେ ପରିବର୍ତ୍ତନ ହୋଇଛି । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ପାଲଟିଛି । ରାଜ୍ୟବାସୀଙ୍କ ଆଶୀର୍ବାଦରେ ଦିନକ ଦିନ ଆଗକୁ ବଢ଼ୁଛି ବିଜେଡି । ବିଜୁ ଜନତା ଦଳ ଦେଶର ଏକମାତ୍ର ଦଳ ଯାହାର ଲୋକପ୍ରିୟତା ବର୍ଷକୁ ବର୍ଷ ବଢ଼ୁଛି । ଏଥିପାଇଁ ଦଳର ଲକ୍ଷ ଲକ୍ଷ କର୍ମୀ ଭାଇ ଭଉଣୀମାନଙ୍କ ପରିଶ୍ରମ ଓ ତ୍ୟାଗକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ଆପଣମାନେ ହେଉଛନ୍ତି ଆମ ଦଳର ମେରୁଦଣ୍ଡ । ୨୦୦୦ ମସିହା ଓ ଆଜିର ଓଡ଼ିଶା ମଧ୍ୟର ବହୁତ ବଡ଼ ପରିବର୍ତ୍ତନ ଘଟିଛି । ଗରିବୀ କମ କରିବାରେ ସାରା ଦେଶରେ ଆଗରେ ରହିଛି ଓଡ଼ିଶା । ରାଜ୍ୟରେ ଗରିବୀ ୬୩ ପ୍ରତିଶତରୁ ୨୯ ପ୍ରତିଶତକୁ ଖସିଛି । ୮୦ ଲକ୍ଷ ଲୋକ ଗରିବ ସୀମାରେକ୍ଷା ଉପରକୁ ଆସିଛନ୍ତି । ଆସନ୍ତା ୫ ବର୍ଷ ମଧ୍ୟରେ ଆପଣମାନଙ୍କ ସହଯୋଗରେ ଗରିବୀକୁ ୧୦ ପ୍ରତିଶତକୁ ହ୍ରାସ କରି ଓଡ଼ିଶା ଇତିହାସ ସୃଷ୍ଟି କରିବ । ଏଥିପାଇଁ ଯାହା ଦରକାର ଆମ ସରକାର ସମସ୍ତ ପଦକ୍ଷେପ ନେବ ।

ଓଡ଼ିଶା ଅନ୍ତର୍ଜାତୀୟ ପରିଚୟ ପାଇଛି । ଜାତିସଂଘ ଠାରୁ ନୀତି ଆୟୋଗ ସମସ୍ତେ ଓଡ଼ିଶାକୁ ପ୍ରଂଶସା କରିଛନ୍ତି । ବିପତ୍ତି ସମୟରେ ଲୋକଙ୍କ ଜୀବନ ବଞ୍ଚାଇବାକୁ ସମସ୍ତଙ୍କୁ ବାଟ ଦେଇଖାଇଛି ଓଡ଼ିଶା । ଦିନ ଥିଲା ଓଡ଼ିଶା ଖାଦ୍ୟ ପାଇଁ ଅନ୍ୟ ରାଜ୍ୟ ଉପରେ ନିର୍ଭର କରୁଥିଲା, ଆଜି ସେ ପରିସ୍ଥିତି ନାହିଁ । ଦେଶକୁ ଖାଦ୍ୟ ଯୋଗାଇବାରେ ଓଡ଼ିଶା ଆଜି ୩ ନମ୍ବର ସ୍ଥାନରେ ଅଛି । ଏହାର ସବୁ ଶ୍ରେୟ ଆମ ଚାଷୀ ଭାଇମାନଙ୍କର । ମହିଳା ଶସକ୍ତିକରଣରେ ଓଡ଼ିଶା ଆଜି ଆଗରେ । ମାଆମାନଙ୍କ ପାଇଁ ପଞ୍ଚାୟତ ନିର୍ବାଚନରେ ୫୦ ପ୍ରତିଶତ ସଂରକ୍ଷଣରେ ଓଡ଼ିଶା ଆଗରେ । ସଂସଦରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ପାଇଁ ବିଜେଡି ବାଟ ଦେଖାଇଛି । ଏହି ଲକ୍ଷ୍ୟ ପୂରଣ ହେବା ପର୍ୟ୍ୟନ୍ତ ମାଆ ମାନଙ୍କ ହକ୍ ପାଇଁ ଆମ ଆନ୍ଦୋଳନ ଜାରି ରହିବ । ମିଶନ ଶକ୍ତି ଆଜି ଓଡ଼ିଶାର ପ୍ରତି ଘରର ମାଆମାନଙ୍କୁ ଶସକ୍ତ କରିଛି । ୭୦ ଲକ୍ଷ ମାଆଙ୍କ ବିରାଟ ଆନ୍ଦୋଳନ, ବିକାଶ କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ କରିଛି । ଏସସି, ଏସଟି ଓ ଓବିସି ଭାଇ ଭଉଣୀମାନଙ୍କ ବିକାଶ ଆମର ପ୍ରାଥମିକତା । ଶିକ୍ଷା ତଥା ବିଭିନ୍ନ ବିକାଶ ଜରିଆରେ ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଅନେକ କାମ ଚାଲିଛି ।

କରୋନା କାଳରେ ସବୁଠୁ ଅଧିକ ପୁଞ୍ଜିନିବେଶ ଓଡ଼ିଶାକୁ ଆସିଛି । ୪ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ଆସିଛି । ସାରା ଦେଶରେ ଏହା ସର୍ବାଧିକ । ଆମ ଯୁବପିଢ଼ି ପାଇଁ ଏହା ରୋଜଗାରର ନୂଆ ସୁଯୋଗ ଆଣିଛି । କରୋନା ସମୟରେ ମାଗଣାରେ ଚିକିତ୍ସା ଯୋଗାଇଛନ୍ତି ଆମ ସରକାର । ୧୭ ରାଜ୍ୟକୁ ଆମେ ଅମ୍ଲଜାନ ଯୋଗାଇଛି । ସ୍ୱାସ୍ଥ୍ୟକ୍ଷେତ୍ରରେ ବିଏସକେୱାଇ କାର୍ଡ ଦେଶର ବିଳ୍ପବ ଆଣିଛି । ସ୍କୁଲ୍ ରୂପାନ୍ତିକରଣ ପିଲାମାନଙ୍କ ମଧ୍ୟରେ ନୂଆ ଆଶା ସୃଷ୍ଟି ସହ ବଡ଼ ସ୍ୱପ୍ନ ଦେଖିବାକୁ ପ୍ରେରଣା ଦେଇଛି । ସ୍ୱାସ୍ଥ୍ୟ ହେଉ କି ଖେଳ ସବୁକ୍ଷେତ୍ରରେ ଓଡ଼ିଶା ଏକ ନୂଆ ପରିଚୟ ନେଇ ଆଗକୁ ବଢ଼ିଛି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15510
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15233
    Jun 25, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15192
    Jun 26, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13860
    Jun 25, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14228
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15534
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15088
    Jun 25, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14933
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15297
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15088
    Jun 25, 2026
  • ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15095
    Jun 26, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15534
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18012
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15297
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15390
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15245
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15074
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15683
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13789
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15250
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14933
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15510
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15088
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In