ଆଜି ଦେଶରେ କରୋନା ନେଲା ୨୯୩ ମୁଣ୍ଡ
![ଆଜି ଦେଶରେ କରୋନା ନେଲା ୨୯୩ ମୁଣ୍ଡ](https://odishanewslens.com/news_gallery/9293_1640690293.jpeg)
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ମୃତୁ୍ୟ ସଂଖ୍ୟାରେ ସାମାନ୍ୟ ବ୍ରେକ ଲାଗିଛି । ଆଜି ଦେଶରେ ୬ହଜାର ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୯୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୦ହଜାର ୨୯୦କୁ ବୃଦ୍ଧି ପାଇଛି । ମୃତୁ୍ୟ ହାର ୧.୩୮ ପ୍ରତିଶତ ରହିଛି ।
ଏହି ସମୟ ମଧ୍ୟରେ ୬ହଜାର ୪୫୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ପ୍ରତିଶତ ରହିଛି । ବର୍ତ୍ତମାନ ସୁଦ୍ଧା ୩କୋଟି ୪୨ଲକ୍ଷ ୪୩ ହଜାର ୯୪୫ ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତ । ଅପରପକ୍ଷରେ ସକ୍ରିୟ ମାମଲା ୭୫ହଜାର ୪୬୫ ରହିଛି । ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି । ଦୈନିକ ପଜିଟିଭ୍ ହାର ୦.୬୪ ପ୍ରତିଶତ ରହିଥିବାବେଳେ ସାପ୍ତାହିକ ପଜିଟିଭ୍ ହାର ୦.୭୧ ପ୍ରତିଶତରୁ କମ୍ ରହିଛି ।
Powered by Froala Editor