Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ...

  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ...

  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ...

  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ...

  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ...

  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

  • ସତର୍କ : ଆସୁଛି ସୁପର-ଏଲନିନୋ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ...

Home ›› ››ଏକ ସପ୍ତାହ ମଧ୍ୟରେ ସବୁ ହିତାଧିକାରୀଙ୍କୁ ବି.ଏସ୍‌.କେ.ୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ

ଏକ ସପ୍ତାହ ମଧ୍ୟରେ ସବୁ ହିତାଧିକାରୀଙ୍କୁ ବି.ଏସ୍‌.କେ.ୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ

2021-12-28 11:23:58
15665
Share:
Facebook
Twitter
E-Mail
WhatsApp
Telegram
ଏକ ସପ୍ତାହ ମଧ୍ୟରେ ସବୁ ହିତାଧିକାରୀଙ୍କୁ ବି.ଏସ୍‌.କେ.ୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ଗତକାଲି ରାଜ୍ୟରେ କୋଭିଡ ମହାମାରୀ ତଥା ଏହାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ପ୍ରସ୍ତୁତି ତଥା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ବୟନ ସଂପର୍କରେ ସମୀକ୍ଷା କରି ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପ୍ରସ୍ତୁତି ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ପୃଥିବୀରେ ଓମିକ୍ରନ ତାର ପ୍ରଭାବ ବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ ୮ଟି କେସ୍‌ ଦେଖାଦେଇଛି । ଆଗାମୀ ସପ୍ତାହ ଗୁଡିକରେ ଏହାର ପ୍ରଭାବ  ଆହୁରି ବଢିପାରେ । ତେଣୁ ଆମକୁ ଅଧିକ ସତର୍କ ରହିବା ସହିତ ଆଗୁଆ ପଦକ୍ଷେପ ନେଇ ଏହାକୁ ରୋକିବା ପାଇଁ କାର୍ଯ୍ୟକ୍ରମ କରିବାକୁ ହେବ ।ମୁଖ୍ୟମନ୍ତ୍ରୀ ସମସ୍ତ ସଂପୃକ୍ତ ବିଭାଗ ଗୁଡିକୁ ପରାମର୍ଶ ଦେଇ କହିଛନ୍ତି

 

• ଟୀକାକରଣକୁ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଦ୍ବାରା ସ୍ବତନ୍ତ୍ର ଅଭିଯାନ କରାଯାଉ ।

 

• ଦ୍ବିତୀୟ ଲହରୀ ସମୟରେ କୋଭିଡ ଚିକିତ୍ସା ପାଇଁ ଯେଉଁସବୁ ବ୍ୟବସ୍ଥା ଓ ସୁବିଧା କରାଯାଇଥିଲା, ସେ ସବୁକୁ ପୁନଃ କାର୍ଯ୍ୟକ୍ଷମ କରି ପ୍ରସ୍ତୁତ କରି ରଖାଯାଉ । ଏହାଦ୍ବାରା ହସ୍‌ପିଟାଲ ଗୁଡିକରେ ରୋଗୀଙ୍କର ତୁରନ୍ତ ଚିକିତ୍ସା ହୋଇପାରିବ 

 

 

• ପିଲାମାନଙ୍କ ମଧ୍ୟରେ ଅଧିକ ହସ୍‌ପିଟାଲ ଚିକିତ୍ସା ଆବଶ୍ୟକ ହେଉଥିବା ଜଣାଯାଉଛି । ତେଣୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାରା ରାଜ୍ୟରେ ଶିଶୁ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉ ।

 

• ପୋଲିସ ବିଭାଗ କୋଭିଡ ନିୟମ ଗୁଡିକର ଦୃଢ ଅନୁପାଳନ ସୁନିଶ୍ଚିତ କରୁ । ଏ କ୍ଷେତ୍ରରେ କୌଣସି ଆତ୍ମସନ୍ତୋଷ ରହିବା ଉଚିତ ନୁହେଁ । ପ୍ରଥମ ଓ ଦ୍ବିତୀୟ ଲହରୀରେ ଯେଉଁଭଳି ଭଲ କାମ ହୋଇଥିଲା,  ସେହିପରି ଭାବରେ ଏଥର ମଧ୍ୟ ଦୃଢ ପଦକ୍ଷେପ ନିଆଯାଉ ।

 

 

• ଜନସାଧାରଣଙ୍କୁ ସଚେତନ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ନୂଆ ସଚେତନତା ଅଭିଯାନ କରାଯାଇ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ବ ଅବଲମ୍ବନ କରିବା ଓ ହାତ ଧୋଇବା ଆଦି ସଂପର୍କରେ ସଚେତନ କରାଯାଉ ।

 

• ଜିଲ୍ଲାପାଳ ମାନେ ଲୋକଙ୍କୁ ସଚେତନ କରିବା ପାଇଁ ସମାଜର ସବୁ ବର୍ଗର ଲୋକ ବିଶେଷକରି ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ଗୋଷ୍ଠୀ ଓ ଅନ୍ୟ ମାନଙ୍କୁ ସାମିଲ କରି କାର୍ଯ୍ୟକ୍ରମ ଗ୍ରହଣ କରନ୍ତୁ ।

• ହସ୍‌ପିଟାଲ ଗୁଡିକରେ ଅକ୍‌ସିଜେନ ବ୍ୟବସ୍ଥା ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଉ ।

 

ନୂଆ ଭାରିଏଣ୍ଟ ଖୁବ ଜୋରରେ ବ୍ୟାପୁଥିବାର ଜଣାଯାଇଛି । ତେଣୁ ଆଉ ଗୋଟିଏ ନୂଆ ଲହରୀ ଆସିବା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପ୍ରସ୍ତୁତି ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।  

 

ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମର ଅନୁପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିପାଇଁ ସରକାରୀ କର୍ତ୍ତୃପକ୍ଷଙ୍କ ସହିତ ସହଯୋଗ କରିବା ପାଇଁ ମଧ୍ୟ ସେ ନିବେଦନ କରିଛନ୍ତି ।

 

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଉପରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା। ସ୍ମାର୍ଟ ହେଲ୍‌ଥ କାର୍ଡ ଗୁଡିକର ସୂଚାରୁ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗ ଓ ଅଧିକାରୀ ମାନଙ୍କୁ ଅଭିନନ୍ଦନ ଜଣାଇ କହିଥିଲେ ଯେ ଏହି ଯୋଜନା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବହୁତ ପ୍ରଭାବ ରହିଛି ।

 

ଏହି କାର୍ଯ୍ୟକ୍ରମରେ ଅନୁବନ୍ଧିତ ବେସରକରୀ ହସ୍‌ପିଟାଲ ଗୁଡିକରେ ଯୋଜନାର କାର୍ଯ୍ୟାନ୍ବୟନ ସଂପର୍କରେ ନିୟମିତ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

 

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ନିୟମିତ ଆଲୋଚନା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯାଉଛି । ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖାଯାଇଛି ଏବଂ ଆବଶ୍ୟକ ଔଷଧ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି ।

 

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍‌.କେ ଶର୍ମା ରାଜ୍ୟରେ ନିଆଯାଉଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ଓମିକ୍ରନର ପ୍ରସାରକୁ ରୋକିବା ପାଇଁ ଅଧିକ ସତର୍କତାମୂଳକ ପଦକ୍ଷେପ ସହିତ ନିୟମର ଦୃଢ ଅନୁପାଳନ ଓ ଟେଷ୍ଟିଂ ଉପରେ ଗୁରୁତ୍ବ ଦିଆଯାଉଛି । ଆସନ୍ତା ତିନି ସପ୍ତାହ ମଧ୍ୟରେ ପ୍ରଥମ ଓ ଦ୍ବିତୀୟ ଡୋଜ ନେଇ ନଥିବା ସମସ୍ତ ବ୍ୟକ୍ତିଙ୍କୁ ଟୀକା ଦିଆଯିବ। ଅକ୍‌ସିଜେନ ପାଇଁ ୮୨ଟି PSA Plant ଓ ୧୫ଟି LMO Plant  କରାଯିବ। ସବୁ ଚିକିତ୍ସାଳୟରେ ଆବଶ୍ୟକ ଅକ୍‌ସିଜେନ୍‌ର ବ୍ୟବସ୍ଥା ରହିଛି ବୋଲି ସେ କହିଥିଲେ। ସେହିପରି କୋଭିଡ ହସ୍‌ପିଟାଲ ଗୁଡିକରେ ୬୬୮୪ଟି ବେଡ ରହିଛି ଏବଂ ପିଲାଙ୍କ ପାଇଁ ୧୧୯୪ଟି ବେଡ୍‌ ପ୍ରସ୍ତୁତ ହୋଇ ରହିଛି ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଉପସ୍ଥାପନା ରଖି ସେ କହିଥିଲେ ଯେ ଏହି ଯୋଜନାରେ ଓଡିଶାର ୨୭୫ଟି ବେସରକାରୀ ହସ୍‌ପିଟାଲ ଅନୁବନ୍ଧିତ ହୋଇଛନ୍ତି । ୫୫ଟି ଜାତୀୟ ସ୍ତରର ହସ୍‌ପିଟାଲ ଖୁବ ଶୀଘ୍ର ଏହି ଯୋଜନାରେ ସେବା ଯୋଗାଇ ଦେବେ ବୋଲି ସେ କହିଥିଲେ । ସମସ୍ତ ହିତାଧିକାରୀଙ୍କ ମଧ୍ୟରୁ ୯୫ ପ୍ରତିଶତ ସ୍ମାର୍ଟ କାର୍ଡ ପାଇସାରିଲେଣି ବୋଲି ସେ କହିଥିଲେ ।  

 

ପୋଲିସ ମହାନିର୍ଦ୍ଦେଶକ ଅଭୟ କୋଭିଡ ପ୍ରୋଟୋକଲ୍‌ ଅନୁପାଳନ ପାଇଁ  ପୋଲିସର ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ।

 

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାଯୀ ଜିଲ୍ଲାପାଳ ଓ ଏସ୍‌.ପି ମାନେ ବେସରକାରୀ ହସ୍‌ପିଟାଲ ଗୁଡିକ ସହିତ BSKY ଯୋଜନା ସଂପର୍କରେ ନିୟମିତ ବୈଠକ କରିବା ଆବଶ୍ୟକ । ଏହାଦ୍ବାରା ଯୋଜନାର ସଫଳ ରୂପାୟନ ହୋଇପାରିବ । ଯେଉଁ ଜିଲ୍ଲା ଗୁଡିକରେ କମ୍‌ ହିତାଧିକାରୀ କାର୍ଡ ପାଇଛନ୍ତି,  ଆସନ୍ତା ଏକ ସପ୍ତାହ ମଧ୍ୟରେ ତ୍ବରାନ୍ବତ କରି ସମସ୍ତଙ୍କୁ  କାର୍ଡ ଦେବା ପାଇଁ ସେ କହିଥିଲେ ।ବୈଠକରେ ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ଉଚ୍ଚପଦାଧିକାରୀ, ଜିଲ୍ଲାପାଳ ଓ ଏସ୍‌.ପି ମାନେ ଯୋଗ ଦେଇଥିଲେ ।

Powered by Froala Editor

Tags Smart card

Related articles Odisha News Lens 4.1

  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15380
    Jun 03, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା
    ବିଶେଷ

    ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14452
    Jun 03, 2026
  • ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’
    ମନୋରଞ୍ଜନ

    ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15564
    Jun 03, 2026
  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ
    ଦେଶ-ଦେଶାନ୍ତର

    ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13379
    Jun 03, 2026
  • ସତର୍କ : ଆସୁଛି ସୁପର-ଏଲନିନୋ
    ଦେଶ-ଦେଶାନ୍ତର

    ସତର୍କ : ଆସୁଛି ସୁପର-ଏଲନିନୋ

    13629
    Jun 03, 2026
  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14812
    Jun 03, 2026
  • ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ
    ଦେଶ-ଦେଶାନ୍ତର

    ଦିଲ୍ଲୀ ମାଲବ୍ୟ ନଗର ଅଗ୍ନିକାଣ୍ଡରେ ୨୧ ମୃତକଙ୍କ ମଧ୍ୟରୁ ୧୮ ଜଣ ବିଦେଶୀ

    13421
    Jun 03, 2026
  • SAGO  କ୍ଲବ୍ କୁ ସିଲ୍ କଲା ପ୍ରଶାସନ
    ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14204
    Jun 03, 2026
  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...
    ଦେଶ-ଦେଶାନ୍ତର

    ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...

    13754
    Jun 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14812
    Jun 03, 2026
  • ଦେଶ-ଦେଶାନ୍ତର

    Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ପାସୱାର୍ଡ

    14013
    Jun 03, 2026
  • ମନୋରଞ୍ଜନ

    ଜୁଲାଇ ୩ରେ ମୁକ୍ତିଲାଭ କରିବ ‘ଆଲ୍‌ଫା’

    15564
    Jun 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16902
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17520
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17570
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17957
    Sep 06, 2023

ବିଶେଷ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14452
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14502
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15192
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15263
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14868
    May 29, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15447
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15192
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15674
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14014
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13379
    Jun 03, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14452
    Jun 03, 2026
  • କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଡିକେ ଶିବକୁମାର

    15380
    Jun 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In