ଏହି ୧୦ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଶୀତର ପ୍ରକୋପ ହ୍ରାସ ପାଉଛି । ରାଜ୍ୟରେ ଆଜି ୧୦ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବୁଧବାର ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବା ସହ ୩୦ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଏହି ୧୦ଟି ଜିଲ୍ଲା ମଧ୍ୟରେ ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ ଜିଲ୍ଲରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ଏହାସହିତ ବୁଧବାର ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି ।
Powered by Froala Editor