ଆଜି ଦେଶରେ ୯ହଜାର ୧୯୫ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣ ଓ ମୃତୁ୍ୟ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗଥିଲା କିନ୍ତୁ ଆଜି ପୁଣି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ ଦେଶରେ ୯ହଜାର ୧୯୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ୍ ହାର ୦.୭୯ ପ୍ରତିଶତ ରହିଥିବାବେଳେ ସାପ୍ତାହିକ ପଜିଟିଭ୍ ହାର ୦.୬୮ ପ୍ରତିଶତରୁ କମ୍ ରହିଛି ।
ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୭୭ହଜାର ୨ରହିଛି ଓ ଏବେ ସୁଦ୍ଧା ମୋଟ ୩କୋଟି ୪୨ଲକ୍ଷ ୫୧ହଜାର ୧୯୨ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଆଜି ୭ହଜାର ୩୪୭ଜଣ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Powered by Froala Editor